ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୫୫୬ କୋଭିଡ୍ ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୫୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୯୭୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨୪ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୩୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୭ ଜଣ ପଜିଟିଭ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୪୧ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ,

କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୫ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୫ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ଜଣ, ଷ୍ଟେଟ ପୁଲ୍‌ରୁ ୭୧ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୯୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୨୭୮୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୧୭୫୪୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button