Breaking PLUSଓଡ଼ିଶାମୁଖ୍ୟ ଖବର
କମିଛି ମୃତକଙ୍କ ସଂଖ୍ୟ, ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୬ ଜଣଙ୍କ ଜୀବନ
ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି ।
ଗତ ୨୪ ଘଣ୍ଟା ମଧ୍ୟରେ ୭୫୪ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, କଟକ ଏବଂ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୯୨୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୨୪୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୩୯୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୨୦୦୯୭୬ସାମ୍ପୁଲ ଟେଷ୍ଟ୍ ହୋଇଛି ।