Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୭ଜଣଙ୍କର ଜୀବନ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୮୪୫ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଭଦ୍ରକ, କଟକ, ଯାଜପୁର, ମୟୁରଭଞ୍ଜ, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୯୬୧୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୮୧୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୯୯୪୨୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୦୫୯୩୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button