ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ମୋଟ ୮୪୯ କରୋନା ପଜିଟିଭ୍
ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।
ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୬୫୦୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୯୧ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୩୫୮ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୧୯ ଜଣ ପଜିଟିଭ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩୧ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୯୮ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୧ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬୧ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ,
ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨୮ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍ରୁ ୭୮ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୬୫୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୮୨୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୦୭୯୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୯୪୭୩୬୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।