ଗତ ୨୪ ଘଣ୍ଟା ମଧ୍ୟରେ ୯୧୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୦୦୮୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୫୩୧ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୩୮୦ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୧୬ଜଣ ପଜିଟିଭ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୩ଜଣ, ବାଲେଶ୍ୱର ଜିଲ୍ଲାରୁ ୫୧ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୮୮ଜଣ, ଦେଓଗଡ଼ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୬ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ଜଣ,
ଯାଜପୁର ଜିଲ୍ଲାରୁ ୪୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୦ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୮ଜଣ, ନୟାଗଡ଼ ଜିଲ୍ଲାରୁ ୧୯ଜଣ, ପୁରୀ ଜିଲ୍ଲାରୁ ୩୦ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ରୁ ୭୯ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୦୦୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୪୯୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୮୨୩୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୪୧୫୮୭୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।