Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଶେଷ ୨୪ଘଣ୍ଟାରେ ସୁସ୍ଵଛ ହେଲେ ୯୬୮ କରୋନା ଆକ୍ରାନ୍ତ
ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ

ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ୍ ସଂକ୍ରମଣ ଗ୍ରାଫ୍ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ମଙ୍ଗଳବାର ରାଜ୍ୟରେ ୯୬୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୨ ଲକ୍ଷ ୭୦ ହଜାର ୨୨୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୮୬ ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ଜିଲ୍ଲାଗୁଡିକରେ ସୁସ୍ଥଙ୍କ ସଂଖ୍ୟା ଶହେ ତଳେ ରହିଛି ।