ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଂଟାରେ ମହାମାରୀ ନେଲା ୮ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟା ୬୦୯ କୋଭିଡ଼ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୨୧୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୯୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୭୦୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୪୭୭୧୩୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button