ଗତ ୨୪ ଘଣ୍ଟାରେ ୫୨୧ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଭଦ୍ରକ, କଟକ, ଯାଜପୁର ଜିଲ୍ଲାରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୩୮୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୩୧୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୦୧୬୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୮୯୨୨୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।