ଗତ ୨୪ ଘଣ୍ଟାରେ ୨୩୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୯୧ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲା ଭୁବନେଶ୍ୱରର ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୬୭୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୮୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୫୯୬୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୧୭୭୯୫୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।