
ଗତ ୨୪ ଘଣ୍ଟାରେ ୨୭୧ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ଭଦ୍ରକରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୪୬୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୯୩୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୩୩୪୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୬୫୦୭୧୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।