Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଶେଷ ୨୪ଘଂଟାରେ କରୋନା ନେଲା ଆଉ ୪ ଜଣଙ୍କ ଜୀବନ
ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି ।
ଗତ ୨୪ ଘଣ୍ଟାରେ ୫୮୦ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଜଗତସିଂହପୁର ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୮୨୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୬୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୦୪୧୬୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୦୬୬୦୧୫ସାମ୍ପୁଲ ଟେଷ୍ଟ୍ ହୋଇଛି ।