ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୪୨୬ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୨୫୨୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୪୫୧୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୧୪୨୧୬୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୩୧୮୯୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।