ଓଡ଼ିଶାମୁଖ୍ୟ ଖବର

ଗତ ୨୪ଘଣ୍ଟାରେ କରୋନା ନେଲା ୫୨ଜଣଙ୍କ ଜୀବନ

ଗତ ୨୪ ଘଣ୍ଟା ମଧ୍ୟରେ ୨୮୭୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ, ବରଗଡ, ଗଞ୍ଜାମ, କଳାହାଣ୍ଡି, ପୁରୀ, ସୁନ୍ଦରଗଡରୁ ୫ ଲେଖାଏଁ, କେନ୍ଦ୍ରାପଡାରୁ ୪ଜଣ, କଟକ, କନ୍ଧମାଳ, ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଝାରସୁଗୁଡା, କେନ୍ଦୁଝର, ନୟାଗଡ, ନୂଆପଡା, ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୨୪୬୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୯୬୨୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୯୦୭୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୨୪୮ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୪୧୨୫୫୧୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button