ଗତ ୨୪ ଘଣ୍ଟା ମଧ୍ୟରେ ୨୦୮୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ ରହିଛନ୍ତି । ମୟୁରଭଞ୍ଜ, ବରଗଡ଼ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ କେନ୍ଦ୍ରାପଡ଼ା, କେନ୍ଦୁଝର, ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ମାଲକାନଗିରି ଜିଲ୍ଲାରୁ ୨ଜଣ ରହିଥିବା ବେଳେ କଟକ, ଦେବଗଡ଼, ଗଞ୍ଜାମ, କଳାହାଣ୍ଡି, କୋରାପୁଟ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୮୦୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ 2୦୧୬୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୩୨୬୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା ୫୧୭୨ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୫୨୦୬୩୩୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।