Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୪ଜଣଙ୍କ ଜୀବନ
ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୦୮୬ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୪ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ , କେନ୍ଦ୍ରପଡ଼ା, କୋରାପୁଟ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୫୫୪୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୦୯୧୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୬୬୦୩୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୭୭୨୫୬୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।