Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଶେଷ ୨୪ଘଂଟାରେ ମହାମାରୀ ନେଲା ଆଉ ଜଣଙ୍କ ଜୀବନ
ମୃତ୍ୟୁ ସଂଖ୍ୟା ୮୪୫୮କୁ ବୃଦ୍ଧି
ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୨୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୪୬୦୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୫୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୪୪୪୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୪୬୧୧୩୮ସାମ୍ପୁଲ ଟେଷ୍ଟ୍ ହୋଇଛି ।