ଗତ ୨୪ ଘଣ୍ଟାରେ ୪୪୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୨୧୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୦୮୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୧୮୭୪୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୭୦୯୧୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।