ଗତ ୨୪ ଘଣ୍ଟାରେ ୨୬୩ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୩ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୪୯୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୮୮୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୩୬୫୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୭୧୭୨୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।