
ଗତ ୨୪ ଘଣ୍ଟାରେ ୫୫୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୯୬ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଜଗତସିଂହପୁର ଏବଂ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୬୫୩୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୭୮୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୩୩୯୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୨୪୬୦୦୬୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।