Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୨ଜଣଙ୍କ ଜୀବନ

ମୃତ୍ୟୁ ସଂଖ୍ୟା ୮୪୫୫କୁ ବୃଦ୍ଧି

ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୧୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୪୧୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୪୦୯୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୩୩୫୬୫୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button