ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୦୫୯ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୩ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଅନୁଗୁଳ, କେନ୍ଦ୍ରପଡ଼ା ଓ ନୟାଗଡ଼ ଜିଲ୍ଲାରୁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୦୧୬୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୪୩୪୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୮୭୩୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୪୦୩୬୬୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।