ଗତ ୨୪ ଘଣ୍ଟା ମଧ୍ୟରେ ୨୯୧୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୧୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ଜଣ ରହିଥିବା ବେଳେ କଟକ, ବରଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୪ଜଣ
ରହିଥିବା ବେଳେ ସମ୍ବଲପୁର, କୋରାପୁଟ, ସୁନ୍ଦରଗଡ଼, ସୋନପୁର, ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ନୟାଗଡ଼, ପୁରୀ, ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, ଅନୁଗୁଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କନ୍ଧମାଳ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୧୯୦୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୫୫୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୮୪୨୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୧୫୪ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୩୯୭୯୬୪୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।