ଏଭଳି ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ପଶ୍ଚିମ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇଛି। ୭ ସ୍ଥାନରେ ପାରଦ ୪୦ ଡିଗ୍ରୀ ଟପିଛି। ଟିଟିଲାଗଡରେ ସର୍ବୋଚ୍ଚ ତାପମାତ୍ରା ୪୧.୨ ଡିଗ୍ରୀ ରେକର୍ଡ କରାଯାଇ ଥିବାବେଳେ ସୋନପୁର ଓ ଭବାନୀପାଟଣାରେ ୪୧, ସମ୍ବଲପୁର ଓ ବଲାଙ୍ଗୀରରେ ୪୦.୪, ମାଲକାନଗିରି ୪୦.୫ ଏବଂ ବୌଦ୍ଧରେ ୪୦ ଡିଗ୍ରୀ ପାରଦ ରହିଛି।ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆଗାମୀ ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଅନୁଭୂତ ହୋଇପାରେ। ଏହାର ପ୍ରଭାବରେ ବିଜୁଳି ଘଡଘଡି ସହ ବର୍ଷା ପବନ ବହିବ।
ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୫ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାଶ ଆକଳନ କରି କହିଛନ୍ତି, ଜୁନ୍ ୩ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ କେରଳ ଛୁଇଁବାର ସମ୍ଭାବନା ରହିଛି। ଯଦି ଜୁନ୍ ୩ ସୁଦ୍ଧା କେରଳରେ ମୌସୁମି ବାୟୁ ବହେ ତେବେ ଓଡ଼ିଶାରେ ମୌସୁମି ଛୁଇଁବାକୁ ୧୦ରୁ ୧୪ ଦିନ ସମୟ ଲାଗିବ।