ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ଉପରତଳ ଦୈନିକ କରୋନା ସଂକ୍ରମଣ,ଗତ ୨୪ ଘଣ୍ଟାରେ ୧୬୪ ଜଣ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଉପରତଳ ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ।

ତେବେ ସଂକ୍ରମିତଙ୍କ ମଧ୍ୟରେ ରହିଚନ୍ତି କଟକରୁ ୪୦ ଜଣ, ଦେବଗଡ଼ରୁ ୨, ଗଜପତିରୁ ୫, ଗଞ୍ଜାମରୁ ୫, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, କନ୍ଧମାଳରୁ ୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯, କୋରାପୁଟରୁ ୨, ମୟୂରଭଞ୍ଜରୁ ୭ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ ଜିଲ୍ଲାରୁ ୨ ଜଣ, ନୂଆପଡ଼ାରୁ ୫, ପୁରୀରୁ ୧୪ ଜଣ, ସମ୍ବଲପୁରରୁ ୯ ଜଣ, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟପୁଲରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩, ୩୩, ୪୯୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

Show More

Related Articles

Back to top button