ଓଡ଼ିଶାସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ପୁଣି ସଂକ୍ରମଣ ବୃଦ୍ଧି ପାଇଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂଗରୋଧ କେନ୍ଦ୍ରରୁ ୧୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୧୨୨ ଜଣ। ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ।

ସଂକ୍ରମିତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧାରୁ ୬୩ ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୪ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୨୧ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୨୦ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୨ ଜଣ, ଗତପତିରୁ ୬ ଜଣ, ଜଗତ୍‌ସିଂହପୁରରୁ ୩ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୨୩ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ,  କୋରାପୁଟରୁ ୨ ଜଣ, ମୟୂରଭଞ୍ଜରୁ ୧୭ ଜଣ, ନବରଙ୍ଗପୁରରୁ ୭ ଜଣ, ନୟାଗଡ଼ରୁ ୭ ଜଣ, ନୂଆପଡ଼ାରୁ ୬ ଜଣ, ପୁରୀରୁ ୩ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ବଲପୁରରୁ ୧୩ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୪୪ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭ୍‌ ସଂଖ୍ୟା ୧୩୨୫୬୭୭ରେ ପହଞ୍ଚିଥିବା ବେଳେ ଏବେ ବି ସକ୍ରିୟ ଅଛନ୍ତି ୨୧୯୭ ଜଣ।

Show More

Related Articles

Back to top button