ଗତ ୨୪ ଘଣ୍ଟା ମଧ୍ୟରେ ୧୯୧୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୬ ଜଣ, ବାଲେଶ୍ୱରରୁ ୧୦ ଜଣ, ସମ୍ବଲପୁରରୁ ୭ ଜଣ, କେନ୍ଦ୍ରାପଡାରୁ ୬ ଜଣ, ବରଗଡରୁ ୫ଜଣ, ସୁନ୍ଦରଗଡରୁ ୪ଜଣ, ବଲାଙ୍ଗୀର, ଝାରସୁଗୁଡା, ରାୟଗଡା ଓ କନ୍ଧମାଳରୁ ୨ ଜଣ ଲେଖାଏଁ,
ଢେଙ୍କାନାଳ, ନୂଆପଡା ଓ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୩୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୨୬୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୩୯୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୪୩୫୯୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।