ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୩୩ ଜଣଙ୍କ ମୃତ୍ୟୁ ହୋଇଛି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୨୯୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି।
୨୪ ଘଣ୍ଟା ମଧ୍ୟରେ ୫୩୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୮ ଲକ୍ଷ ୧୨ହଜାର ୧୧୪ରେ ପହଞ୍ଚିଛି।ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୬ ହଜାର ୨୯୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୯ ଲକ୍ଷ୭୪ ହଜାର ୭୪୮ରେ ପହଁଚିଛି। ଏବେ ଦେଶରେ ୪୧୧୦୭୬ଟି ସକ୍ରିୟ ମାମଲା ରହିଛି ।