Breaking PLUSଓଡ଼ିଶାମୁଖ୍ୟ ଖବର
ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କଲେ ଭାରତୀୟ ହକି ଟିମ୍

ପ୍ୟାରିସ୍ ଅଲିମ୍ପିକ୍ସରେ କାଂସ୍ୟ ପଦକ ବିଜୟୀ ଭାରତୀୟ ହକି ଦଳ ଗୁରୁବାର ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀଙ୍କ ନେତୃତ୍ୱରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ସାକ୍ଷାତ କରିଛନ୍ତି। ନବୀନ ଖେଳାଳିମାନଙ୍କୁ ବିଜୟ ପାଇଁ ଅଭିନନ୍ଦନ ଜଣାଇବା ସହ ଆଗାମୀ ଦିନରେ ଦେଶର ଗୌରବକୁ ଆହୁରି ଉଚ୍ଚାକୁ ନେବା ପାଇଁ କାମ ଜାରି ରଖିବା ପାଇଁ ପରାମର୍ଶ ଦେଇଥିଲେ। ଆଗାମୀ ଅଲମ୍ପିକ୍ସରେ ଓଡ଼ିଶା ତଥା ଭାରତ ହକିରେ ସୁନା ପଦକ ଆଶା ରଖିଛି ବୋଲି ନବୀନ କହିଛନ୍ତି।