ଦେଶରେ ହ୍ରାସ ପାଉଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ୯୩୭ ନୂଆ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୬୨,୧୪୧ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।
ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୧୭,୧୪୫ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧୪,୦୨୧ ସକ୍ରିୟ ମାମଲା ରହିଛି। ସେହିପରି ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୫୦୯କୁ ବୃଦ୍ଧି ପାଇଛି।