Breaking PLUSଦେଶଦେଶ ବିଦେଶମୁଖ୍ୟ ଖବର
ଇରାନ-ଇସ୍ରାଏଲ ଯୁଦ୍ଧ ଆଶଙ୍କା, ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି କଲା ବୈଦେଶିକ ମନ୍ତ୍ରାଳୟ

ନୂଆଦିଲ୍ଲୀ: ଯେକୌଣସି ପରିସ୍ଥିତିରେ ଇରାନ୍ ଓ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ହୋଇପାରେ। ଫଳରେ ଇରାନ ଓ ଇସ୍ରାଏଲକୁ ଯାତ୍ରା କରିବାକୁ ଯାଉଥିବା ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି କରିଛି ବୈଦେଶିକ ମନ୍ତ୍ରଣାଳୟ। ମନ୍ତ୍ରଣାଳୟ ପକ୍ଷରୁ ଆଗାମି ସୂଚନା ନଦିଆଯିବା ଯାଏ ଇରାନ୍ କିମ୍ବା ଇସ୍ରାଏଲ ଯାତ୍ରା ନକରିବାକୁ ସମସ୍ତ ଭାରତୀୟଙ୍କୁ ପରାମର୍ଶ ଦିଆଯାଇଛି। ଏହାସହିତ ମନ୍ତ୍ରଣାଳୟ ଇରାନ ଓ ଇସ୍ରାଏଲରେ ରହୁଥିବା ଭାରତୀୟଙ୍କୁ ଅନୁରୋଧ କରି କହିଛି ଯେ ସେମାନେ ଭାରତୀୟ ଦୂତାବାସ ସହିତ ଯୋଗାଯୋଗରେ ରୁହନ୍ତୁ ଏବଂ ନିଜର ରେଜିଷ୍ଟ୍ରେସନ କରାଇ ନିଅନ୍ତୁ। ଶୁକ୍ରବାର ଏନେଇ ବିଜ୍ଞପ୍ତି ଜାରି କରାଯାଇଛି। ଇରାନ ଆଗାମି ୪୮ଘଣ୍ଟା ଭିତରେ ଇସ୍ରାଏଲ ଉପରେ ଆକ୍ରମଣ କରିପାରେ ବୋଲି ଏକ ରିପୋର୍ଟ ଆସିବା ପରେ ଏହି ନିର୍ଦ୍ଦେଶାବଳୀ ଜାରି କରାଯାଇଛି।