Breaking PLUSଦେଶ ବିଦେଶମୁଖ୍ୟ ଖବର
ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତିଙ୍କ ଦେହାନ୍ତ

ତେହରାନ- ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସି। ଆଜରବଇଜାନରୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରୁଥିବା ସମୟରେ ହେଲିକପ୍ଟରର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଏଥିରେ ରାଷ୍ଟ୍ରପତି ଇବ୍ରାହିମ ରଇସି ଏବଂ ତାଙ୍କ ବୈଦେଶିକ ମନ୍ତ୍ରୀ ହୋସେନ୍ ଅମିରାବଡୋଲହିଆନ ମଧ୍ୟ ପ୍ରାଣ ହରାଇଥିବା ସରକାରୀ ଗଣମାଧ୍ୟମ ସୋମବାର କହିଛି।