ଓଡ଼ିଶାକଳା ସଂସ୍କୃତି ଓ ସାହିତ୍ୟମନୋରଞ୍ଜନ

କାଲି ୪ଘଣ୍ଟା ବନ୍ଦ୍ ରହିବ ଜଗା ଦର୍ଶନ

ଆସନ୍ତା କାଲି ଅପରାହ୍ନରେ ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ସମ୍ପନ୍ନ ହେବ । । ଏହା ଠାକୁରଙ୍କ ଏକ ଗୁପ୍ତ ସେବା । ଏହି ସେବା ସମୟରେ ଠାକୁରଙ୍କ ଦର୍ଶନ କଟକଣା ରହିବ । ଅପରାହ୍ନ ୪ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ବନ୍ଦରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ଖସାପଡ଼ା ନୀତି ଦ୍ୱାରା ଦାରୁ ବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ହୋଇଥାଏ । ଦଇତାପତିମାନେ ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା ସମ୍ପନ୍ନ କରିବେ । ଦ୍ୱିପହରଧୂପ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହୋଇଥାଏ । ରଥଯାତ୍ରା ଅବସରରେ ଠାକୁରଙ୍କ ଶ୍ରୀଅଙ୍ଗକୁ ବାଧା ପହଞ୍ଚିଥାଏ । ଏଣୁ ଖସାପଡ଼ା ନୀତିରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷିତ ହୁଏ ।

 

Show More

Related Articles

Back to top button