Breaking PLUSଓଡ଼ିଶାମୁଖ୍ୟ ଖବର
ଜଷ୍ଟିସ୍ ହରିଶ ଟଣ୍ଡନ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

ଭୁବନେଶ୍ଵର: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି ଜଷ୍ଟିସ୍ ହରିଶ ଟଣ୍ଡନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି। କେନ୍ଦ୍ରସରକାରଙ୍କ ମଞ୍ଜୁରୀ ନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିବାବେଳେ ଆଇନ ଓ ନ୍ୟାୟ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏନେଇ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତର ମୁଖ୍ୟ ବିଚାରପତିଙ୍କ ସହ ପରାମର୍ଶ କରିବା ପରେ କଲକାତା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରିଛନ୍ତି।



