Breaking PLUSଦେଶମୁଖ୍ୟ ଖବର

ଇସ୍ତଫା ଦେଲେ ବିବାଦୀୟ ବିଚାରପତି ଜଷ୍ଟିସ୍‌ ଯଶୱନ୍ତ ବର୍ମା

ନୂଆଦିଲ୍ଲୀ : ଇସ୍ତଫା ଦେଲେ ବିବାଦୀୟ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା। ଆହ୍ଲାବାଦ ହାଇକୋର୍ଟ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା ଶୁକ୍ରବାର ନିଜର ଇସ୍ତଫା ପତ୍ର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପଠାଇଛନ୍ତି।

ଦିଲ୍ଲୀରେ ତାଙ୍କ ବାସଭବନରେ ଅଗ୍ନିକାଣ୍ଡ ଘଟିଥିଲା ଏବଂ ପରବର୍ତ୍ତୀ ତଦନ୍ତ ସମୟରେ ପୋଡ଼ିଯାଇଥିବା ୫୦୦ ଟଙ୍କାର ନୋଟ୍ ବିଡା ଉଦ୍ଧାର କରାଯାଇଥିଲା। ଏହି ଘଟଣା ପରେ ସୃଷ୍ଟି ହୋଇଥିବା ବିବାଦ ପରେ, ତାଙ୍କୁ ଦିଲ୍ଲୀ ହାଇକୋର୍ଟରୁ ଆହ୍ଲାବାଦ ହାଇକୋର୍ଟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କୁ ନ୍ୟାୟିକ କାର୍ଯ୍ୟ କରିବାକୁ ଅନୁମତି ଦିଆଯାଇନଥିଲା।

Show More

Related Articles

Back to top button