Breaking PLUSମୁଖ୍ୟ ଖବର

ରାଜ୍ୟରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର- ରାଜ୍ୟରେ କାଳବୈଶାଖୀ ଆଶଙ୍କା । କାଳବୈଶାଖୀ ପ୍ରଭାବରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବାଧିକ ତାପମାତ୍ରା କମ ରହିଛି। ପାଣିପାଗ ବିଭାଗ ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ରାୟଗଡ଼ା, କୋରାପୁଟ, ଗଜପତି ଏବଂ ମାଲକାନଗିରି ଜିଲାକୁ କାଳବୈଶାଖୀ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ବିଜୁଳି, ଘଡ଼ଘଡ଼ି ସହ କିଛି ଅଞ୍ଚଳରେ ପବନ ବହିପାରେ। ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି।

Show More

Related Articles

Back to top button