ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ । ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ସକାଳ ୬ରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି । ତୁରେଇକେଲା, ବଙ୍ଗୋମୁଣ୍ଡା, ମୁରିବାହାଲ ଓ କଣ୍ଟାବାଞ୍ଜିରେ ପ୍ରଭାବ ଦେଖିବାକୁ ମିଳିଛି ।
ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ବାନ କ୍ରମେ ଆଜି ଏହି ବନ୍ଦ ଡାକରା ଦିଆଯାଇଛି। ଆଜିର ଏହି ବନ୍ଦରେ ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ, ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି। ଯାନବାହନ ଚଳାଚଳ ମଧ୍ୟ ବନ୍ଦ ରହିଛି। ଏଠାରେ ପ୍ରବଳ ବର୍ଷା ହେଉଥିଲେ ମଧ୍ୟ ସ୍ଥାନୀୟ ଇନ୍ଦିରା ଛକ ନିକଟର ଜିଲ୍ଲା ସଙ୍ଘର୍ଷ ସମିତିର କର୍ମକର୍ତ୍ତାମାନେ ରାସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।
ଏହି ବନ୍ଦରେ ସହରର ୪୦ରୁ ଅଧିକ ସଂଗଠନ ସାମିଲ ହୋଇଛନ୍ତି।