Breaking PLUSଓଡ଼ିଶାମୁଖ୍ୟ ଖବର
ଖରାରେ 11ଟାରୁ 3ଟା ଯାଏ କାମ କରିବେନି ଶ୍ରମିକ

ଭୁବନେଶ୍ୱର, 25 ମେ- ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ ନ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ପୂର୍ତ୍ତ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ(ଇଆଇସି) ସତ୍ୟବ୍ରତ ବେହେରା ସମସ୍ତ ଜୋନ୍ର ମୁଖ୍ୟ ନିର୍ମାଣ ଯନ୍ତ୍ରୀ, ଅଧୀକ୍ଷଣ ଯନ୍ତ୍ରୀମାନଙ୍କୁ ଏହି ମର୍ମରେ ପତ୍ର ଲେଖିଛନ୍ତି । ଇଆଇସି ଦର୍ଶାଇଛନ୍ତି ଯେ, ଗ୍ରୀଷ୍ମପ୍ରବାହ ପାଇଁ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନଙ୍କୁ ଖରାରେ କାର୍ଯ୍ୟ ନ କରାଇବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ରହିଛି।



