Breaking PLUSଓଡ଼ିଶାମୁଖ୍ୟ ଖବର

ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ସମେତ ଅନେକ ନେତା

ଭୁବନଶ୍ୱର, 14 ଏପ୍ରିଲ- ଆଜି ହେଉଛି ଓଡ଼ିଆ ନବବର୍ଷ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ।

ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତିର ଏହି ପବିତ୍ର ଅବସରରେ ସମସ୍ତଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ। ଏହି ନୂତନ ବର୍ଷ ଆପଣଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ ଏବଂ ଆମ ସଂସ୍କୃତି ଓ ଓଡ଼ିଆ ଅସ୍ମିତାକୁ ବିଶ୍ୱ ଦରବାରରେ ଆହୁରି ଗୌରବାନ୍ୱିତ କରିବା ପାଇଁ ଆମକୁ ନୂତନ ଶକ୍ତି ପ୍ରଦାନ କରୁ।

ପବିତ୍ର ମହାବିଷୁବ ସଂକ୍ରାନ୍ତିଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ମହାବିଷୁବ ସଂକ୍ରାନ୍ତିଓଡ଼ିଆ ନବ ବର୍ଷ ଏବଂ ହନୁମାନ ଜୟନ୍ତୀ ଅବସରରେ ହାର୍ଦ୍ଦିକ ଶୁଭକାମନା । ଏହି ନୂଆ ବର୍ଷ ସମସ୍ତଙ୍କ ପାଇଁ ନୂତନ ଆଶାଅସୀମ ସୁଯୋଗ ଏବଂ ସମୃଦ୍ଧି ଆଣିଦେଉ । ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା‘ ସମଲେଶ୍ୱରୀଙ୍କ ପାଖରେ ସମସ୍ତଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ମଙ୍ଗଳ କାମନା କରୁଛି ।

ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ମହାବିଷୁବ ସଂକ୍ରାନ୍ତିପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ଏହି ପବିତ୍ର ଦିନ ଆପଣମାନଙ୍କ ଜୀବନରେ ଅପାର ସମ୍ଭାବନାସଫଳତା ଓ ସମୃଦ୍ଧି ନେଇଆସୁ ।

ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ଏହି ପବିତ୍ର ଅବସର ସମସ୍ତଙ୍କ ଜୀବନରେ ସୁଖ ସମୃଦ୍ଧି ଭରିଦେଉ ଏତିକି ପ୍ରାର୍ଥନା।

Show More

Related Articles

Back to top button