Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତା ୩୧ ଓ ୧ତାରିଖରେ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ନୂଆବର୍ଷରେ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଛି । ପହିଲି ଭୋଗ, ମକର ସଂକ୍ରାନ୍ତି ଓ ଦେବାଭିଷେକ ନୀତି ନିର୍ଘଣ୍ଟ କରାଯାଇଛି । ବନକ ଲାଗି ସମୟରେ ଯେଉଁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହୁଥିଲା ତାହା ଭକ୍ତଙ୍କ ପାଇଁ ଖୋଲାଯିବ ।

ସେମାନେ ପାର୍ଶ୍ୱ ଦେବାଦେବୀ ଦର୍ଶନ ଓ ମହାପ୍ରସାଦ ସେବନ କରିପାରିବେ । ଡିସେମ୍ବର ୩୧ ଓ ୧ତାରିଖ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ । ଦିବ୍ୟାଙ୍ଗମାନଙ୍କ ପାଇଁ ଶ୍ରୀମନ୍ଦିର ଉତ୍ତରଦ୍ୱାର ଖୁବଶୀଘ୍ର ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି ।

Show More

Related Articles

Back to top button