Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଲଘୁଚାପ ସକ୍ରିୟ, ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର- ଦକ୍ଷିଣ ବାଂଲାଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା ଦୁଇଦିନ ମଧ୍ୟରେ ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ମୁହାଁଇବ ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଏବଂ ଝାଡଖଣ୍ଡ ଅଞ୍ଚଳରେ ପହଞ୍ଚିବ। ମୌସୁମୀ ଜନିତ ନିମ୍ନଚାପରେଖା ଦକ୍ଷିଣ-ପୂର୍ବ ଏବଂ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି। ଲଘୁଚାପ ଏବଂ ମୌସୁମୀ ନିମ୍ନଚାପରେଖା ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷିବ। ଏଥିପାଇଁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୪ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇ ଥିବାବେଳେ ୧୪ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Show More

Related Articles

Back to top button