Breaking PLUSଓଡ଼ିଶାମୁଖ୍ୟ ଖବର
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର- ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ପଶ୍ଚିମ- ଉତ୍ତରପଶ୍ଚିମକୁ ମୁହାଁଇ କାଲି ସୁଦ୍ଧା ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ । ପରେ ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କରିବ । ଦୁଇ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି ।