Breaking PLUSଓଡ଼ିଶାମୁଖ୍ୟ ଖବର
24ରେ ପୁଣି ଘୂର୍ଣ୍ଣିବଳୟ, ଦୁଇଦିନ ପ୍ରବଳ ବର୍ଷା

ଭୁବନେଶ୍ୱର- ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପ୍ରଭାବରେ ୨୪ ଓ ୨୫ ତାରିଖ ଦୁଇ ଦିନ ଧରି ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର ଓ ଅନୁଗୁଳ ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ। ତାହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲା ପାଇଁ ଆଜି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।