Breaking PLUSଓଡ଼ିଶାମୁଖ୍ୟ ଖବର

୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର-  ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି । ଯାହା ପ୍ରଭାବରେ ୨୭ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ । ପରବର୍ତ୍ତୀ ୪୮ ଘଣ୍ଟାରେ ଘନିଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ବର୍ବିଷା ନେଇ ଭିନ୍ନ ଜିଲ୍ଲାକୁ ଅରେଞ୍ଜ୍‌ ଓ ୟେଲୋ ୱାର୍ଣ୍ଣିଂ ନେଇ SRCଙ୍କ ସତର୍କ ସୂଚନା ।

ରାଜ୍ୟରେ ଆଗାମୀ ୩ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି ହୋଇଛି । କାଲି ପର୍ଯ୍ୟନ୍ତ ୮ ଜିଲ୍ଲାକୁ ଅରେଞ୍ଜ୍‌ ଓ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ -କଟକ, ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ୍‌ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ୍‌ ୱାର୍ଣ୍ଣିଂ ଥିବା ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି ।

Show More

Related Articles

Back to top button