Breaking PLUSଓଡ଼ିଶାମୁଖ୍ୟ ଖବର

ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଆସନ୍ତାକାଲି ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର- ଦକ୍ଷିଣ-ପୂର୍ବ ବାଂଲାଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ସହ ଏକ ନିମ୍ନଚାପରେଖା ଦକ୍ଷିଣ-ପୂର୍ବ ବାଂଲାଦେଶ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗର ସହ ମିଆଁମାର ଉପକୂଳ ପର୍ଯ୍ୟନ୍ତ ଲମ୍ବିଛି। ଏହା କ୍ରମଶଃ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ନିକଟରେ ୪ ତାରିଖ ବେଳକୁ ଲଘୁଚାପ ରୂପ ନେଇପାରେ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ଥିବାବେଳେ ଅଧିକ ଘନୀଭୂତ ହେବା କିମ୍ବା ବାତ୍ୟା ସମ୍ଭାବନା ନ ଥିବା ଆଇଏମ୍‌ଡି ମହାନିର୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ଲଘୁଚାପ ପ୍ରଭାବରେ ୪ ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ପରେ ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଜିଲାଗୁଡିକରେ ବର୍ଷା ପରିମାଣ ବଢିପାରେ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button