Breaking PLUSଓଡ଼ିଶାମୁଖ୍ୟ ଖବର
22ରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର

ମାଲାକ୍କା ସମୁଦ୍ର ମଧ୍ୟ ଅଂଶରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮କି.ମି. ଉଚ୍ଚତା ପର୍ଯ୍ୟନ୍ତ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୨ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୨୪ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଦକ୍ଷିଣ ବଙ୍ଗୋପସାଗର ମଧ୍ୟ ଭାଗରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଅଗ୍ରସର ହୋଇ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି।


