Breaking PLUSଓଡ଼ିଶାମୁଖ୍ୟ ଖବର

ମେ’ ଦ୍ୱିତୀୟ ସପ୍ତାହରେ ଲଘୁଚାପ ସମ୍ଭାବନା

୧୧ରୁ ୧୫ ତାରିଖ ମଧ୍ୟରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା

ଭୁବନେଶ୍ୱର, 2 ମେ- ତାତିରୁ ମିଳିବ ଆଶ୍ୱସ୍ତି । ମେ’ ଦ୍ୱିତୀୟ ସପ୍ତାହରେ ଲଘୁଚାପ ସମ୍ଭାବନା ରହିଛି ।ଲଘୁଚାପ ନେଇ ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ ଆକଳନ କରିଛି ।

୧୧ରୁ ୧୫ ତାରିଖ ମଧ୍ୟରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରେ ଏହା ଘନୀଭୂତ ହୋଇ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି ।

ଅଧିକ ଘନୀଭୂତ ହୋଇ ସାଇକ୍ଲୋନ ଜେନିସିସର ରୂପ ନେବାର ଆଶଙ୍କା କରିଛି ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ । ତେବେ ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା ମିଳିନାହିଁ ।

Show More

Related Articles

Back to top button