Breaking PLUSଓଡ଼ିଶାମୁଖ୍ୟ ଖବର

ଅବପାତର ରୂପ ନେଲା ଲଘୁଚାପ

ଭୁବନେଶ୍ୱର : ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହେବା ପରେ କ୍ରମେ ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳରେ କେନ୍ଦ୍ରୀଭୂତ ହୋଇ ରହିଛି। ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଶନିବାର ଡିସେମ୍ବର ୨୧ରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ୪ ଜିଲା କେନ୍ଦ୍ରାପଡା, ଗଞ୍ଜାମ, ଗଜପତି, ଜଗତସିଂହପୁରକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳ, ଅନୁଗୁଳରେ ମଧ୍ୟ ବର୍ଷା ସମ୍ଭାବନା ରହିଛି । ଅନ୍ୟ ସ୍ଥାନରେ ପାଗ କୋହଲା ସହ ମେଘୁଆ ପାଗ ଲାଗି ରହିବ। ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଥିବା ବେଳେ ୧୯ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।

Show More

Related Articles

Back to top button