Breaking PLUSଓଡ଼ିଶାମୁଖ୍ୟ ଖବର
ମହାନଦୀ ଜଳ ବିବାଦକୁ ନେଇ ଆସନ୍ତା ୨୦ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର- ମହାନଦୀ ଜଳ ବିବାଦକୁ ନେଇ ଆସନ୍ତା ୨୦ରେ ପରବର୍ତ୍ତୀ ଶୁଣାଣି । ଏନେଇସୂଚନା ଦେଇଛନ୍ତି ଆଡ୍ଭୋକେଟ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ ।କ୍ଷେତ୍ର ପରିଦର୍ଶନ ରିପୋର୍ଟ ଅନ୍ତର୍ଭୁକ୍ତ କରିବାକୁ ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦିଆଯାଇଛି ।
ମହାନଦୀ ବିବାଦକୁ ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଅନେକ ଅଗ୍ରଗତି ଘଟିଛି । ୨ ରାଜ୍ୟର ବୈଷୟିକ ଟିମ୍ ପାଖାପାଖି ୧୩ଟି ବୈଠକ କରି ସାରିଛନ୍ତି । ମୁଖ୍ୟ ସଚିବ ଓ ସଚିବସ୍ତରୀୟ ମିଟିଂରେ ଅନେକ ବିବାଦୀୟ ପ୍ରସଙ୍ଗରେ ସହମତି ହୋଇଛି । ମୁଖ୍ୟ ସଚିବ ଓ ସଚିବସ୍ତରୀୟ ମିଟିଂରେ ଅନେକ ବିବାଦୀୟ ପ୍ରସଙ୍ଗରେ ସହମତି ହୋଇଛି । ଆପୋଷ ମିଳାମିଶା ପାଇଁ ହୋଇଥିବା ଆଲୋଚନାରେ ଟ୍ରିବ୍ୟୁନାଲ ସନ୍ତୁଷ୍ଟ । କେନ୍ଦ୍ର ମଧ୍ୟସ୍ଥତାରେ ୨ ରାଜ୍ୟର ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ ।ମହାନଦୀ ପ୍ରସଙ୍ଗରେ ଯଥେଷ୍ଟ ପ୍ରଗତି ହୋଇଛି, ଖୁବଶୀଘ୍ର ସମାଧାନ ହେବ ବୋଲି ଆଡ୍ଭୋକେଟ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ କହିଛନ୍ତି ।



