Breaking PLUSଓଡ଼ିଶାମୁଖ୍ୟ ଖବର

ମେଜରଙ୍କୁ ହଇରାଣ କରିଥିବା ଅଭିଯୋଗର ହେବ ତଦନ୍ତ

ଭୁବନେଶ୍ୱର- ମେଜର ଗୁରୁବଂଶ ଓ ତାଙ୍କ ବାନ୍ଧବୀଙ୍କୁ ହଇରାଣ କରିଥିବା ରୋଡ ରୋମିଓଙ୍କୁ ବାନ୍ଧିବ ପୁଲିସ। ଏନେଇ ମାମଲା ରୁଜୁ କରିବା ସହ ତୁରନ୍ତ ତଦନ୍ତ କରିବାକୁ ଡିଜିପିଙ୍କ ନିର୍ଦ୍ଦେଶ ଦେଇଛନ୍ତି। କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଗତ ୧୪ ତାରିଖ ରାତିରେ ମେଜର ଓ ତାଙ୍କ ବାନ୍ଧବୀ ଘରକୁ ଫେରୁଥିବା ବେଳେ ପଥରଗାଡ଼ିଆ ଓ ଭରତପୁର ରାସ୍ତାରେ ଦୁଇ ଯୁବକ ଏକ କାରରେ ଆସି ତାଙ୍କୁ ଦୁର୍ବ୍ୟବହାର କରିଥିଲେ। ନିଶାସକ୍ତ ଅବସ୍ଥାରେ ଅଶ୍ଳୀଳ ଇଙ୍ଗିତ କରିବା ସହ ମାଡ଼ ମାରିବାକୁ ମଧ୍ୟ ଧମକ ଦେଇଥିଲେ। ଏନେଇ ମେଜର ଓ ତାଙ୍କ ବାନ୍ଧବୀ ଥାନାକୁ ଯିବାପରେ ପୁଲିସ ତାଙ୍କୁ ଦୁର୍ବ୍ୟବହାର ସହ ମାଡ଼ ମାରିବା ଭଳି ସାଙ୍ଘାତିକ ଅଭିଯୋଗ ହୋଇଛି। ସେପଟେ ତତ୍କାଳୀନ ଥାନାଧିକାରୀଙ୍କ ସହ ୫ପୁଲିସ କର୍ମଚାରୀ ମାନଙ୍କୁ ନିଲମ୍ବିତ କରାଯିବା ସହ ବୟାନ ରେକର୍ଡ କରାଯାଇଛି। ଆଗାମୀ ଦିନରେ ମେଜର ଓ ତାଙ୍କ ବାନ୍ଧବୀଙ୍କ ମଧ୍ୟ ବୟାନ ରେକର୍ଡ କରାଯିବ ବୋଲି କହିଛନ୍ତି ଡିଜିପି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button