Breaking PLUSଓଡ଼ିଶାମୁଖ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୀଡ଼ିତା, ତାଙ୍କ ପିତା ଓ ସେନା ଭେଟେରାନ

ଭୁବନେଶ୍ଵର- ଭରତପୁର ଥାନା ଘଟଣାର ପୀଡ଼ିତା, ତାଙ୍କ ପିତା ଓ ଅନ୍ୟ ସେନା ଭେଟେରାନମାନେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବା ସହ ଧନ୍ୟବାଦ ଜଣାଇଛନ୍ତି। ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଉଥିବାରୁ ପୀଡ଼ିତା, ତାଙ୍କ ପିତା ଓ ଅନ୍ୟ ସେନା ଭେଟେରାନମାନେ ମୁଖ୍ୟମନ୍ତ୍ରୀଙ୍କୁ ସାଧୁବାଦ ଜଣାଇଛନ୍ତି। ଏହି ସାକ୍ଷାତ ସମୟରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ। ତେବେ ମୁଖ୍ୟମନ୍ତ୍ରୀ ନ୍ୟାୟ ପାଇଁ ପ୍ରତିଶ୍ରୁତି ଦେଇଥିବା ସେନା ଭେଟେରାନ ସଂଘ ସଭାପତି ସୂଚନା ଦେଇଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button